ଅବସର କାଳୀନ ବିଦାୟୀ ସମ୍ବର୍ଦ୍ଧନା ସଭା....

କର୍ଲାମୁଣ୍ଡା:୩୧/୧ଲୋକ ଆବାଜ୍ . ଇନ୍ (ପ୍ରଦୀପ କୁମାର ସାହୁ ଙ୍କ ରିପୋର୍ଟ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଳକ କର୍ଲାମୁଣ୍ଡା ବସ୍ତି ଠାରେ ଥିବା ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ଗିତାଞ୍ଜଳି ମିଶ୍ର ଶୁକ୍ରବାର ଚାକିରିରୁ ଅବସର ନେଇଥିବା ଜଣା ପଡ଼ିଛି।ଏହି ଅବସରରେ ଆୟୋଜିତ ବିଦାୟୀ କାଳୀନ ସମ୍ବର୍ଦ୍ଧନା ସଭା ରେ କର୍ଲାମୁଣ୍ଡା ଗୋଷ୍ଠୀ ଶିକ୍ଷା ବିଭାଗ ଭାରପ୍ରାପ୍ତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ରୋହିତ କୁମାର ରଣା ଙ୍କ ସଭାପତି ତ୍ୱ ରେ ମୁଖ୍ୟ ଅତିଥି ଭାବେ କର୍ଲାମୁଣ୍ଡା ଗ୍ରାମ ପଞ୍ଚାୟତ ସରପଞ୍ଚ ସ୍ୱର୍ଣ୍ଣ ଲତା ସାହୁ,ସମ୍ମାନିତ ଅତିଥି ଭାବେ ବ୍ଲକ ଉପାଧ୍ୟକ୍ଷ ସୁରେନ୍ଦ୍ର ଭୋଇ, ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ଅନନ୍ତ ସାହୁ,ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ର ସମ୍ପାଦକ ସୁଦର୍ଶନ ସାହୁ,ଏବିଇଓ ଗୋପମଣୀ ସାହୁ,
ରତନ ଭୋଇ ହାଇସ୍କୁଲ ର ପ୍ରଧାନ ଶିକ୍ଷକ ପୂର୍ଣ୍ଣ ଚନ୍ଦ୍ର ରାଉତ,ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ବୁଧେଶ୍ବର ନାଗ, ନୋଡାଲ ସିଆରସିସି ପ୍ରସନ୍ନ କୁମାର ସାହୁ ,ବିଦାୟୀ ଶିକ୍ଷୟିତ୍ରୀ ଗିତାଞ୍ଜଳି ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ।ଅତିଥି ମାନେ ଅବସର ପ୍ରାପ୍ତ ଶିକ୍ଷୟିତ୍ରୀ ଙ୍କ ସମୟାନୁବର୍ତିତା ଉପରେ ପ୍ରଂଶସା କରିଥିଲେ।ସଭା କାର୍ଯ୍ୟ ରେ ସିଆରସିସି ଉଜ୍ଜ୍ୱଳ କୁମାର ସାହୁ ସଂଯୋଜନା କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଘିନୁ ସାହୁ,ଶିକ୍ଷକ ମନୋଜ ମିଶ୍ର,ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରସନ୍ନ ପ୍ରଧାନ,ଅବସର ପ୍ରାପ୍ତ ସଂସ୍କୃତ ଶିକ୍ଷକ ପ୍ରଦୀପ୍ତ ଷଡଙ୍ଗୀ,ଅବସରପ୍ରାପ୍ତ ଶିକ୍ଷକ ଅନ୍ତର୍ଯ୍ୟାମୀ ସାହୁ,ପୂର୍ବତନ ସରପଞ୍ଚ ଶେଷଦେଵ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।
What's Your Reaction?






