ଘଣ୍ଟାପଡ଼ା ହାଇସ୍କୁଲରେ ବିଶ୍ଵ ପ୍ରାଥମିକ ଚିକିତ୍ସା ଦିବସ ପାଳିତ

Sep 14, 2024 - 21:32
 0  14
ଘଣ୍ଟାପଡ଼ା ହାଇସ୍କୁଲରେ ବିଶ୍ଵ ପ୍ରାଥମିକ ଚିକିତ୍ସା ଦିବସ ପାଳିତ

କଣ୍ଟାମାଳ: ଲୋକ ଆବାଜ୍.ଇନ୍(ପୂର୍ଣ୍ଣ ଚରଣ ସାହୁ ଙ୍କ ରିପୋର୍ଟ)

ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଳକର ଘଣ୍ଟାପଡ଼ାସ୍ଥିତ ସମଲେଶ୍ଵରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଜୁନିୟର ରେଡକ୍ରସ ଆନୁକୂଲ୍ୟରେ ବିଶ୍ଵ ପ୍ରାଥମିକ ଚିକିତ୍ସା ଦିବସ ପ୍ରଧାନଶିକ୍ଷକ ପିତବାସ ପଣ୍ଡାଙ୍କ ସଭାପତିତ୍ଵର ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଜୁନିଅର ରେଡକ୍ରସର କାର୍ଯ୍ୟ ସଂଯୋଜକ ସହକାରୀ ଶିକ୍ଷକ ମୁକେଶ କୁମାର ମଲ୍ଲିକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପ୍ରାଥମିକ ଚିକିତ୍ସାର ଉଦ୍ଦେଶ୍ୟ ଓ ଆବଶ୍ୟକତା ବିଷୟରେ ବୁଝାଇବା ସହ ଡେମୋଷ୍ଟେସନ ମାଧ୍ୟମରେ ରିକୋଭରି ପୋଜିସନ, ସକ୍ ,ମୁର୍ଚ୍ଛା, ଅସ୍ଥିଭଗ୍ନ, ରକ୍ତସ୍ରାବ, ଏପିଲେପସି, ବ୍ୟାଣ୍ଡେଜିଙ୍ଗ , ଆହତ ବ୍ୟକ୍ତିକୁ ସ୍ଥାନାନ୍ତରିତ କୌଶଳ, ଅଗ୍ନିରୁ ସୁରକ୍ଷା ପାଇବା ଉପାୟ ତଥା ଗୁଡସମରିତାନର ଭୂମିକା ଭଳି ବିଭିନ୍ନ କୌଶଳ ତାଲିମ ଦେଇଥିଲେ। ବିଜ୍ଞାନ ସମ୍ମତି ଅନୁସାରେ ଆହତ ବ୍ୟକ୍ତି କ’ଣ କରିବା ଉଚିତ, କଣ ନକରିବା ତାହା ବୁଝାଇଥିଲେ ଏବଂ ଗୁରୁତର ଆହତଙ୍କ ପାଇଁ ୧୧୨ ନଂକୁ ଫୋନ କରିବା ବିଷୟରେ ସୂଚନା ପ୍ରଦାନ କରିଥିଲେ ।କାର୍ଯ୍ୟକ୍ରମରେ ଅତିଥି ଭାବେ ମୋ ସ୍କୁଲ ଅଭିଯାନର ଅଧ୍ୟକ୍ଷ ସୁଶାନ୍ତ ମାଝୀ ଏବଂ ସଦସ୍ୟ ପ୍ରଭାତ ସାହୁ ଯୋଗଦେଇ ରେଡକ୍ରସ ଇତିହାସ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସହକାରୀଶିକ୍ଷକ ସନ୍ତୋଷ କୁମାର ସାହୁ, ଲିପୁନ ପ୍ରଧାନ, ଚନ୍ଦ୍ରକାନ୍ତ ବେହେରା , ଆକାଶ ମେହେର, ସୁବାସ ସାହୁ, ଦୁର୍ଗାଶଙ୍କର ପଣ୍ଡା, ବିଭୂତି ଭୂଷଣ ଦୁର୍ଗ, ଶିକ୍ଷୟିତ୍ରୀ ସୁପ୍ରଭା ଦେହୁରୀ, ଖେଳ ଶିକ୍ଷୟତ୍ରୀ ମନ୍ଦାକିନୀ ବଗର୍ତ୍ତୀ ପ୍ରମୁଖ ଉପସ୍ଥିତ ରହିଥିଲେ। ପରିଶେଷରେ ଜୁନିୟର ରେଡ଼କ୍ରସ୍ ସ୍ଵେଚ୍ଛାସେବୀ ମିନର୍ଭା ସା ଧନ୍ୟବାଦ ଅର୍ପଣ କରିଥିଲେ l

What's Your Reaction?

like

dislike

love

funny

angry

sad

wow