ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ଆଧାର ମନିଟରିଂ କମିଟି ବୈଠକ ଅନୁଷ୍ଠିତ*

ବୋୖଦ୍ଧ:ଲୋକ ଆବାଜ. ଇନ( ବ୍ୟୁରୋ)
ବୌଦ୍ଧ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ଆଧାର ମନିଟରିଙ୍ଗ କମିଟି ବୈଠକ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ, ବୌଦ୍ଧ, ଜିଲ୍ଲା ମୁଖ୍ୟ ଚିକିତ୍ସl ଓ ଜନ ସ୍ବାସ୍ଥ୍ୟ ଅଧିକାରୀ, ଜିଲ୍ଲା ଶିକ୍ଷା ଅଧିକାରୀ, ସମସ୍ତ ବ୍ଲକର ବିଡ଼ିଓ ଓ ଅନ୍ୟ ସଦସ୍ୟ ମାନେ ଯୋଗ ଦେଇଥିଲେ | ଜିଲ୍ଲା ଓ ବ୍ଲକ ସ୍ତରରେ ଅଧିକ ଆଧାର ସଂଶୋଧନ କେନ୍ଦ୍ର ପ୍ରତିଷ୍ଠା, ଆଧାର ଲିଙ୍କ ଜନ୍ମ ପ୍ରମାଣପତ୍ର ପ୍ରସ୍ତୁତ, ବିଭିନ୍ନ ସରକାରୀ ଯୋଜନାରେ ହିତାଧିକାରୀଙ୍କ ଆଧାର ସଂଯୋଗ, ଠକେଇ ଜାଲିଆତୀ ନିରାକରଣ ଦିଗରେ ପଦକ୍ଷେପ ଗ୍ରହଣ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ |
What's Your Reaction?






