ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ପାର୍ବଣ ସମୟରେ ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ଶାନ୍ତି କମିଟି ବୈଠକ ଅନୁଷ୍ଠିତ

Sep 27, 2025 - 11:33
 0  22
ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ପାର୍ବଣ ସମୟରେ ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ଶାନ୍ତି କମିଟି ବୈଠକ ଅନୁଷ୍ଠିତ

ବୌଦ୍ଧ: ଲୋକ ଆବାଜ୍.ଇନ(ମନୋରଞ୍ଜନ ତ୍ରିପାଠୀ)

ଶୁକ୍ରବାର ଦିନ ଘ.୧୦.୩୦ ମିନିଟ ସମୟରେ ବୌଦ୍ଧ ଜିଲ୍ଲାରେ ପାର୍ବଣ ସମୟରେ ଶାନ୍ତି ଶୃଙ୍ଖଳା ରକ୍ଷା କରିବା ପାଇଁ ଶାନ୍ତି କମିଟିର ଏକ ବୈଠକ ଅନୁଷ୍ଠିତ ହୋଇ ଯାଇଛି l ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ରାହୁଲ୍ ଗୋଏଲ, ଅତିରିକ୍ତ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ସାର୍ଥକ ରାୟ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ, ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକ ଲରେନ୍ସ ରାଉତ ଙ୍କ ସହିତ ଅନ୍ୟ ପୋଲିସ ଅଧିକାରୀ , ବିଭିନ୍ନ ପୂଜା କମିଟିର ସଦସ୍ୟ ଓ ବିଭିନ୍ନ ସମ୍ପ୍ରଦାୟର ବ୍ୟକ୍ତି ବିଶେଷ ଯୋଗ ଦେଇଥିଲେ | ପୂଜା ମଣ୍ଡପ ଗୁଡିକର ବିଦ୍ୟୁତ ଅନୁମତି, ଅଗ୍ନିଶମ ବିଭାଗର ଅନୁମତି ଓ ମାଇକ ଅନୁମତି ନେବାକୁ ପଡିବ ବୋଲି ବୈଠକରେ ନିଷ୍ପତି ଗ୍ରହଣ ଜରା ଯାଇଥିଲା l

What's Your Reaction?

like

dislike

love

funny

angry

sad

wow