ବୋଡ଼େନ ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ l

ନୂଆପଡ଼ା - ଲୋକ ଆବାଜ.ଇନ (ରାମନାଥ ପଣ୍ଡାଙ୍କ ରିପୋର୍ଟ )
ନୂଆପଡ଼ା ଜିଲ୍ଲା ବୋଡ଼େନ ପଞ୍ଚାୟତସମିତି ସମ୍ମିଳନୀ କକ୍ଷଠାରେ ଆଜି ନୂଆପଡା ଜିଲ୍ଲାପାଳଙ୍କ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ଅଭିଯୋଗକାରୀଙ୍କ ପାଇଁ ସ୍ବତନ୍ତ୍ର ବସିବା ଜାଗା , ଛାୟା ଓ ପିଇବା ପାଣିର ବ୍ୟବସ୍ଥା କରାଯାଇଥିଲା ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ଅନୁସାରେ ।
ଶିବିରରେ ମୋଟ ୫୬ଟି ଅଭିଯୋଗ ମଧ୍ୟରୁ ୪୫ଟି ବ୍ୟକ୍ତିଗତ ଓ ୧୧ଟି ଗୋଷ୍ଠିଗତ ଅଭିଯୋଗର ଶୁଣାଣି ପ୍ରଶାସନ ଦ୍ବାରା କରାଯାଇଛି। ଏହି ସବୁ ଅଭିଯୋଗ ଉପରେ ଅତିଶିଘ୍ର ସମାଧାନ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ସହିତ ଜିଲ୍ଲା ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଇନ୍ଦ୍ରମଣି ବେହେରା,ବ୍ଲକ ଉପାଧ୍ୟକ୍ଷା ସଂଗୀତା ମାଝୀ, ଜିଲ୍ଲା ଅତିରିକ୍ତ ମୁଖ୍ୟ ଚିକତ୍ସାଧିକାରୀ ଡଃ ଗୁରୁପ୍ରସାଦ ଜେନା ପ୍ରମୁଖ ଉପସ୍ଥିତ ଥିଲେ l ବି ଡି ଓ ସୁଶାନ୍ତ କୁମାର ରଣା , ତହସିଲଦାର ସରିତା ଗୁପ୍ତା, ଉପ ନିର୍ଦେଶକ ହସ୍ତଶିଳ୍ପ ପୁଷ୍ପରଂଜନ ସାହୁ,ଜିଲ୍ଲା ଶ୍ରମ ଅଧିକାରୀ ରବୀନ୍ଦ୍ର ବାର୍ଲା, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସଂଗୀତା ପାତ୍ର, , ଜିଲ୍ଲା ଶିଳ୍ପ କେନ୍ଦ୍ର ମ୍ୟାନେଜର ସମିର ମୁଦୁଲି, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଅନ୍ତର୍ଯ୍ୟାମୀ ବଳିୟାରସିଂ , ଜିଲ୍ଲା କୃଷି ଅଧିକାରୀ ବାବୁଲି ଚରଣ ସେଠି, ଜିଲ୍ଲା ମଙ୍ଗଳ ଅଧିକାରୀ ଦୀପ୍ତିମନ୍ତ ଭୋଇ, ଜିଲ୍ଲା ପଂଚାୟତ ଅଧିକାରୀ ଲଛମନ ଓରାମ, ଜିଲ୍ଲା ନିୟୋଜନ ଅଧିକାରୀ ବିନୋଦ ଲାକ୍ରା,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଆନନ୍ଦ ହେମ୍ବ୍ରମ, ଉପ ନିର୍ଦ୍ଦେଶକ ଉଦ୍ୟାନ ବିଭାଗ ହରେକୃଷ୍ଣ ହାଁସଦା, ଜିଲ୍ଲା ମୁଖ୍ୟ ପ୍ରାଣୀ ସମ୍ପଦ ଅଧିକାରୀ ଶାରଦା ପ୍ରସାଦ ସିଂ ବରିହା, ପ୍ରକଳ୍ପ ନିର୍ଦ୍ଦେଶକ ଜଳ ବିଭାଜିକା ପ୍ରକଳ୍ପ ରବୀନ୍ଦ୍ର ପଣ୍ଡା, ଅବକାରୀ ଅଧିକ୍ଷକ ସଂଘମିତ୍ରା ପ୍ରଧାନ,ଜିଲ୍ଲା ଶିକ୍ଷା ଅଧିକାରୀ କରୁଣାକର ଭୁଏ,ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା, ବିଭିନ୍ନ ବିଭାଗର ଯନ୍ତ୍ରୀ,ଲାଇନ୍ ବିଭାଗ ଅଧିକାରୀ,ବି ଇ ଓ ରୁଦ୍ରେଶ୍ଵର୍ ମେହେର ,ଆଇ ଆଇ ସି ଗୋବିନ୍ଦ ମାଝୀ ଓ ବୋଡ଼େନ ବ୍ଲକର ସମସ୍ତ ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ। ଅଭିଯୋଗ ଶିବିର ଉପଲକ୍ଷେ ବ୍ଲକ୍ ରେ ଗୋଟିଏ ସ୍ଵାସ୍ଥ୍ୟ ଶିବିର ଓ ସ୍ଥାନୀୟ ସ୍ଵାସ୍ଥ୍ୟ କେନ୍ଦ୍ରରେ ଡ଼ା. ପୁଣ୍ୟ ବ୍ରତ ମହାପାତ୍ରଙ୍କ ତତ୍ତ୍ଵାବଧାନରେ ଏକ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା l ରକ୍ତ ଦାନ ଶିବିରରେ ସମୁଦାୟ ୨୦ ୟୁନିଟ ବ୍ଲଡ଼ ସଂଗ୍ରହ କରାଯାଇଛି ।ଜନ ସାଧାରଣଙ୍କ ବିଭିନ୍ନ ଅଭିଯୋଗ ସମୟସୀମା ମଧ୍ୟରେ ସମାଧାନ କରି ସରକାରଙ୍କ ବିଭିନ୍ନ ସହାୟତା ସାଧାରଣ ଲୋକଙ୍କୁ ତୁରନ୍ତ ଯୋଗାଇଦେବା ଉପରେ ଜିଲ୍ଲାପାଳ ଗୁରୁତ୍ୱାରୋପ କରିଛନ୍ତି l
What's Your Reaction?






