ବ୍ଲକ ସ୍ତରୀୟ କୁଇଜ ପ୍ରତିଯୋଗିତା ଅନୁଷ୍ଠିତ

Sep 3, 2024 - 20:03
 0  14
ବ୍ଲକ ସ୍ତରୀୟ କୁଇଜ ପ୍ରତିଯୋଗିତା ଅନୁଷ୍ଠିତ

ନର୍ଲା;ଲୋକ୍ ଆବାଜ୍.ଇନ୍ ( ଜଗତ୍ ରାମ ସାହୁ)

କଳାହାଣ୍ଡି ଜିଲ୍ଲା କଲମପୁର ଦୁର୍ଗାମାଧବ ଉଚ୍ଚବିଦ୍ୟାଳୟ ପରିସରରେ ମଙ୍ଗଳବାର ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଅନ୍ତର୍ଗତ ବ୍ଲକ ସ୍ତରୀୟ କୁଇଜ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି l ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ହେମନ୍ତ କୁମାର ପଣ୍ଡା ଉଦ୍ଘାଟନୀ ସମାରୋହରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ଏହି ପ୍ରତିଯୋଗିତାକୁ ଅନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ବ୍ଲକ ଅନ୍ତର୍ଗତ ବିଭିନ୍ନ ଵିଦ୍ୟାଳୟର ୧୪୦ ଜଣ ପ୍ରତିଯୋଗୀ ଏଥିରେ ଅଂଶ ଗ୍ରହଣ କରିଥିଲେ l 

         ଏହି ଅବସରରେ ବିଦ୍ୟାଳୟ ପରିଚାଳନା ସମିତି ସଭାପତି ଶୁଭେନ୍ଦୁ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦଯାପନୀ ସମାରୋହରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ମଧୁସ୍ମିତା ନାଏକ ମୁଖ୍ୟ ଅତିଥି, ଏ ଏସ ଆଇ ଶେଖର ଜେନା, ପ୍ରଧାନ ଶିକ୍ଷକ ଅଶ୍ବିନ କୁମାର ମୁଣ୍ଡ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶୁଶାନ୍ତ ଖମାରି, ଶୁଶିଲ ମୁଣ୍ଡ ସମ୍ମାନୀୟ ଅତିଥି ଭାବେ ଯୋଗଦେଇ ଉପସ୍ଥିତ ଛାତ୍ର ପ୍ରତିଯୋଗୀ ମାନଙ୍କୁ ମାର୍ଗଦର୍ଶନ ଦେଇଥିଲେ l କୃତୀ ପ୍ରତିଯୋଗୀ ମାନଙ୍କୁ ଅତିଥି ଏବଂ ଗଣମାଧ୍ୟମ ପ୍ରତିନିଧିମାନେ ପୁରସ୍କୃତ କରିଥିଲେ l ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ହେମନ୍ତ କୁମାର ପଣ୍ଡା ଧନ୍ୟବାଦ ଅର୍ପଣ କରିଥିବାବେଳେ ପ୍ରଧାନ ଶିକ୍ଷକ ମନ୍ମଥ ମିଶ୍ର ମଞ୍ଚ ପରିଚାଳନା କରିଥିଲେ l ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଏବଂ ଶିକ୍ଷକ ମାନେ ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ l

What's Your Reaction?

like

dislike

love

funny

angry

sad

wow