*RBI ତରଫ ରୁ ମଦନପୁର ଗ୍ରାମ ପଞ୍ଚାୟତ ରେ ଜମାକାରୀ ଶିକ୍ଷା ଓ ସଚେତନତା କର୍ମଶାଳା*

କଳାହାଣ୍ଡି:ଲୋକ ଆବାଜ ଇନ(ବ୍ୟୁରୋ)
ଭାରତୀୟ ରିଜର୍ଭ ବ୍ୟାଙ୍କ୍ ର ସହାୟତା ତଥା ସାଧନ ନୂଆଦିଲ୍ଲୀ ଓ ସମ୍ପର୍କ ଫିନ୍ ସର୍ଭିସେସ୍ ଭୁବନେଶ୍ୱର ର ମିଳିତ ସହଯୋଗ ରେ ମ.ରାମପୁର ବ୍ଲକ ର ମଦନପୁର ଗ୍ରାମ ପଞ୍ଚାୟତ ରାଜୀବ ଗାନ୍ଧୀ ସେବା କେନ୍ଦ୍ର, ମଦନପୁର ଠାରେ ଏକ ଜମାକାରୀ ଶିକ୍ଷା ଓ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇ ଯାଇଛି। ମୁଖ୍ୟ ଅତିଥି ଭାବେ ସରପଞ୍ଚ ଶ୍ରୀମତୀ କେତକୀ ଦଣ୍ଡିଆ , ମଦନପୁର ଗ୍ରାମପଞ୍ଚାୟତ , I I F L ବ୍ୟାଙ୍କ ପରିଚାଳକ ଶ୍ରୀଯୁକ୍ତ ସୁନିଲ କୁମାର ପଧାନ, GPLF ସଭାନେତ୍ରୀ ସିମନ୍ତିନୀ କପଟ, ସମ୍ପାଦିକା ଶ୍ରୀମତୀ କଳ୍ପନା ଦଣ୍ଡସେନା ଓ ମହାଶକ୍ତି ଫାଉଣ୍ଡେସନ ର ପ୍ରତିଷ୍ଠାତା ସଦସ୍ୟ ତଥା ତାଲିମ ଦାତା ଶ୍ରୀଯୁକ୍ତ ପ୍ରକାଶ ଚନ୍ଦ୍ର ସାହୁ ପ୍ରମୁଖ ଉଦ୍ ଘାଟନ କରିଥିଲେ।ଏହି କର୍ମଶାଳା ରେ ସ୍ଵୟଂ ସହାୟକ ଗୋଷ୍ଠୀ ର ସଦସ୍ୟା ମାନେ ବିଭିନ୍ନ ବ୍ୟାଙ୍କ୍ ଓ ଆର୍ଥିକ ଅନୁଷ୍ଠାନ ରୁ ପାଇଥିବା ଋଣ ର ଉଚିତ୍ ବିନିଯୋଗ, ବ୍ୟବସାୟ ପାଇଁ ଆବଶ୍ୟକତା ଅନୁଯାୟୀ ଋଣ ଦରଖାସ୍ତ, ରୋଜଗାର ଭିତ୍ତିକ ବ୍ୟବସାୟ ର ଆୟ ରୁ ଋଣ କିସ୍ତି ଫେରସ୍ତ ତଥା ଅତ୍ୟଧିକ ଋଣ ଭାରଗ୍ରସ୍ତ ନହେବା ଇତ୍ୟାଦି ବିଷୟରେ ବିଶଦ ଭାବେ ଆଲୋଚନା କରାଯାଇଥିଲା।କର୍ମଶାଳାରେ ଡିଜିଟାଲ ମାଧ୍ୟମରେ ଟଙ୍କା ଆଦାନ ପ୍ରଦାନ କରୁଥିଲେ ଆବଶ୍ୟକ ସତର୍କତା ର ବିଭିନ୍ନ ଦିଗ ବିଷୟରେ ସମ୍ବଳ ବ୍ୟକ୍ତି ମାନେ ଅଂଶ ଗ୍ରହଣ କାରୀ ମାନଙ୍କୁ ବୁଝାଇଥିଲେ ।
ବିଭିନ୍ନ ଅଜଣା ନମ୍ବର ରୁ ଆସୁଥିବା ଫୋନ୍ ରେ ନିଜର କୌଣସି ଗୋପନୀୟ ତଥ୍ୟ ନ ଦେବାପାଇଁ ସୂଚନା ଦିଆଯାଇଥିଲା ।ପରିବାର ର ବାର୍ଷିକ ଆୟ ଓ ବ୍ୟୟ ଅଟକଳ ଯୋଜନା କରି ଆୟ ଅନୁଯାୟୀ ବ୍ୟୟ କଲେ ହିଁ ପରିବାର ର ଆର୍ଥିକ ସ୍ଥିତି ସୁଦୃଢ ହୋଇ ପାରିବ। ଭବିଷ୍ୟତ ରେ ହେବାକୁ ଥିବା ବିଭିନ୍ନ ଖର୍ଚ୍ଚ କୁ ଆକଳନ କରି ପରିବାର କୁ ଠିକ୍ ଭାବେ ପରିଚାଳନା କରିପାରିବେ ।କାର୍ଯ୍ୟକ୍ରମରେ ଶ୍ରୀଯୁକ୍ତ ପ୍ରକାଶ ଚନ୍ଦ୍ର ସାହୁ, ଶ୍ରୀଯୁକ୍ତ ସୁନିଲ କୁମାର ପଧାନ ଓ ଶ୍ରୀଯୁକ୍ତ ପ୍ରମୋଦ କୁମାର ମୁଗ୍ରି ଯୋଗ ଦେଇ ତାଲିମ୍ ପ୍ରଦାନ କରିଥିଲେ ।ମମିତ। ପୁଝାରୀ, ଶ୍ରୀଯୁକ୍ତ ଜନକ ଦୀପ, ଆଶିଷ କୁମାର ରଣା, ସିମନ୍ତିନି କପଟ, ଶ୍ରୀମତୀ କଳ୍ପନା ଦଣ୍ଡସେନା ଓ ଗ୍ରାମ ପଞ୍ଚାୟତ ସ୍ତରୀୟ ମହାସଂଘ ର କର୍ମକର୍ତ୍ତା କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ।ଏହି କର୍ମଶାଳା ରେ ବିଭିନ୍ନ ମିଶନ ଶକ୍ତି ସ୍ବୟଂ ସହାୟକ ଗୋଷ୍ଠୀ , ଗୋଷ୍ଠୀ ସହାୟିକା,ଚାଷୀ ଓ ମିଳିତ ଉତ୍ତର ଦାୟୀ ଗୋଷ୍ଠୀ ରୁ ୬୪ଜଣ ସଦସ୍ୟା / ସଦସ୍ୟ ଅଂଶ ଗ୍ରହଣ କରିଥିଲେ।
What's Your Reaction?






