ଉଲୁଣ୍ଡା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧ୍ୟକ୍ଷଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର :

Apr 28, 2025 - 18:19
 0  8
ଉଲୁଣ୍ଡା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧ୍ୟକ୍ଷଙ୍କ ଯୁଗ୍ମ ଅଭିଯୋଗ  ଶୁଣାଣି ଶିବିର :

ଉଲୁଣ୍ଡା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର :

ବିଭିନ୍ନ ୫୮ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ :

ସୁବର୍ଣ୍ଣପୁର: ଲୋକ୍ ଆବାଜ୍.ଇନ୍( ମନୋରଞ୍ଜନ ତ୍ରିପାଠୀ)

ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ନାୟକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୫୮ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୫୦ ଗୋଟି ଗ୍ରହଣ କରାଯାଇଥିବା ବେଳେ ୦୮ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି l ଗୋଟିଏ ଦରଖାସ୍ତ ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ସହାୟତା ନିମନ୍ତେ ଗ୍ରହଣ କରାଯାଇଛି। ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ବିଡିଓ ଚିନ୍ମୟ ମହାନନ୍ଦଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ଓ କାର୍ଯ୍ୟ ନିର୍ବାହୀ ଅଧିକାରୀ ଅଶ୍ୱିନୀ କୁମାର ମେହେର, ଉପ ଜିଲ୍ଲାପାଳ ବୀରମହାରାଜପୁର ଲଲାଟେନ୍ଦୁ ସି ସମେତ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ , ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।

What's Your Reaction?

like

dislike

love

funny

angry

sad

wow