କର୍ଲାମୁଣ୍ଡା ଠାରେ ଯୁଗ୍ମ ଜନଶୁଣାଣି ଶିବିର ..... ୮୫ଟି ଅଭିଯୋଗ ପଞ୍ଜିକୃତ
କର୍ଲାମୁଣ୍ଡା:ଲୋକ ଆବାଜ. ଇନ(ବ୍ୟୁରୋ ରିପୋର୍ଟ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ପରିସର ରାଜୀବଗାନ୍ଧି ସେବା ଭବନ ଠାରେ ସୋମବାର ଏକ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ କଳାହାଣ୍ଡି ଜିଲ୍ଲାପାଳ ଜିଲ୍ଲାପାଳ ସଚିନ ପାୱାର, ଆରକ୍ଷୀ ଅଧିକ୍ଷକ ନାଗରାଜ ଦେବାରକୋଣ୍ଡା ଉପଜିଲ୍ଲାପାଳ ପ୍ରଭାତ କୁମାର ପରିଡା ବିଡ଼ିଓ ଦେବେନ୍ଦ୍ର ସାମଲ , ତହସିଲଦାର ଅରୁଣ ବର୍ଗେ, ବ୍ଲକ ଅଧକ୍ଷ୍ୟା କୁନି ସାହୁ,ଜିଲ୍ଲା ପରିଷଦ ସଭ୍ୟ ସୁରେଶ ଚୌଧୁରୀ,ବ୍ଲକ କୃଷି ଅଧିକାରୀ ଜିତେନ୍ଦ୍ର କୁମାର ସିଂ,ସହକାରୀ ଯନ୍ତ୍ରୀ ସନ୍ଦୀପ କୁମାର ନାଏକ ଙ୍କ ସମେତ ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗ ର ଅଧିକାରୀ ଓ ବ୍ଲକ ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ୍ ୮୫ ଜଣ ଆବେଦନକାରୀ ନିଜ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ବ୍ଲକ ର ରେଗଡା ଭୋଇପଡା କୁ ରାଜସ୍ୱ ମାନ୍ୟତା ଦାବୀ,ରିଷିଡା ,କର୍ଲାମୁଣ୍ଡା, ପୂର୍ତ୍ତ ବିଭାଗ ରାସ୍ତା ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିବା ଇତ୍ୟାଦି ଅଭିଯୋଗ ଗୁଡିକ ପଞ୍ଜିକୃତ ହୋଇଥିଲା।ଶାନ୍ତି ଶୃଙ୍ଖଳା ରକ୍ଷା କରିବାକୁ କର୍ଲାମୁଣ୍ଡା ଫାଣ୍ଡି ଅଧିକାରୀ ଥବିର ବରିହା ଉପସ୍ଥିତ ଥିଲେ।
What's Your Reaction?