*ଜିଲ୍ଲା ସ୍ତରୀୟ ଜାତୀୟ ନିରାପଦ ମାତୃତ୍ଵ ଦିବସ ପାଳିତ

ସୁବର୍ଣ୍ଣପୁର, :ଲୋକ ଆବାଜ.ଇନ(ମନୋରଞ୍ଜନ ତ୍ରିପାଠୀ ଙ୍କ ରିପୋର୍ଟ)
ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ନୂତନ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସେମିନାର ପ୍ରକୋଷ୍ଠ , ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ଜାତୀୟ ନିରାପଦ ମାତୃତ୍ଵ ଦିବସ-୨୦୨୫ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ଵାସ୍ଥ୍ୟ ଅଧିକାରି ଡ଼ା ପ୍ରଦୀପ କୁମାର ଗୁରୁ ଙ୍କ ଅଧ୍ୟକ୍ଷତା ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ମାତୃ ଓ ଶିଶୁ ସ୍ଵାସ୍ଥ୍ୟ ଉପରେ ଆଲୋଚନା କରି ମାତୃ ଓ ଶିଶୁ ମୃତ୍ୟୁହାରକୁ କମ୍ କରିବା ଉପରେ ଆଲୋକପାତ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ ପରିବାର କଲ୍ୟାଣ ଡ଼ା ଦୈତ୍ୟ ନାରାୟଣ ପାଢ଼ୀ ମହିଳା ମାନଙ୍କ ଗର୍ଭଧାରଣ ର ପରବର୍ତ୍ତୀ ସ୍ୱାସ୍ଥ୍ୟ ପରୀକ୍ଷା ତଥା ଶିଶୁ ଜନ୍ମର ପରବର୍ତ୍ତୀ ସ୍ୱାସ୍ଥ୍ୟ ପରୀକ୍ଷା ଠିକ ଭାବରେ କରିବା ଓ ସ୍ତନ୍ୟପାନ ତଥା ସମ୍ପୂର୍ଣ୍ଣ ଟୀକା କରଣ ଉପରେ ଆଲୋଚନା କରି ମାତୃ ଓ ଶିଶୁ ମୃତୃ ହାର କୁ ନିହାତି ହ୍ରାସ କରି ସୁସ୍ଥ ସୁନ୍ଦର ସମାଜ ଗଠନ ଉପରେ ବୁଝାଇ ଥିଲେ । ଉକ୍ତ ସଭା ରେ ଅଧୀକ୍ଷକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସୁବର୍ଣ୍ଣପୁର ଡ଼ା ଦୁର୍ଗା ଦତ୍ତ ଦାସ,ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ (ଡି ସି )ଡ଼ା ରମେଶ ଚନ୍ଦ୍ର ସ୍ୱାଇଁ, ବରିଷ୍ଠ ସ୍ତ୍ରୀ ଓ ପ୍ରସୂତି ରୋଗ ବିଶେଷଜ୍ଞ ଡା ପ୍ରକାଶ ଦନଶନା ଓ ଡ଼ା ମାନସ ରଞ୍ଜନ ଦଣ୍ଡପାଟ ଆଜିକାର ଦିବସ ର ସ୍ୱାସ୍ଥ୍ୟ ବାର୍ତ୍ତା ଓ ପାଳନର ତାତ୍ପର୍ଯ୍ୟ ଉପରେ ଆଲୋଚନା କରି ଥିଲେ l ଅତିଥି ବୃନ୍ଦ କୁଇଜ୍ ପ୍ରତିଯୋଗୀ ୧୦ ଜଣ କୃତୀ ମା ମାନଙ୍କୁ ପୁରସ୍କୃତ କରିଥିଲେ।ଉକ୍ତ ସଭାରେ PNC ମା ମାନେ , ଆଶାକର୍ମୀ ,ନର୍ସିଂ ସ୍କୁଲ ର ଛାତ୍ର ଛାତ୍ରୀ , ନର୍ସିଂ ଅଫିସର ,ସ୍ଵାସ୍ଥ୍ୟ ବିଭାଗ ର କର୍ମଚାରୀ ଅଧିକାରୀ ବୃନ୍ଦ ଏବଂ ସାମ୍ବାଦିକ ବନ୍ଧୁ ମାନେ ଉପସ୍ଥିତ ଥିଲେ । ସହକାରୀ ଜିଲ୍ଲା ଜନସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ ସଭା ପରିଚାଳନା କରିଥିବାବେଳେ ବରିଷ୍ଠ ସେବିକା ଇନ୍ଦୁ ରେଖା ବେହେରା ଓ ଶର୍ମିଲା ପଟ୍ଟନାୟକ କାର୍ଯ୍ୟକ୍ରମ କୁ ପୂର୍ଣ୍ଣ ସହଯୋଗ କରିଥିଲେ । ଶେଷରେ ବୃନ୍ଦାବନ ସାହୁ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l
What's Your Reaction?






