ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

Aug 20, 2024 - 20:08
 0  18
ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ନୂଆପଡ଼ା:ଲୋକ ଆବାଜ. ଇନ (ରାମନାଥ ପଣ୍ଡା) :

ଖରିଆର ପଞ୍ଚାୟତସମିତି ସମ୍ମିଳନୀ କକ୍ଷଠାରେ ନୂଆପଡା ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ଜିଲ୍ଲାପାଳ ମଧୁସୂଦନ ଦାସ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ର ଯୋଗଦେଇ ସମସ୍ତ ଅଭିଯୋଗର ସମାଧାନ କରିଥିଲେ। ଜିଲ୍ଲାପାଳଙ୍କ ନିର୍ଦେଶ କ୍ରମେ ପ୍ରଥମ ଥର ପାଇଁ ବ୍ଲକରେ ଅଭିଯୋଗକାରୀଙ୍କ ପାଇଁ ସ୍ବତନ୍ତ୍ର ବସିବା ସ୍ଥାନ , ଛାୟା ଓ ପିଇବା ପାଣି ସୁବିଧା ହୋଇଥିବା ବେଳେ ଉପଯୁକ୍ତ ବ୍ୟବସ୍ଥା ଥିବା ଦେଖି ଅଭିଯୋଗକାରୀ ଖୁସି ବ୍ୟକ୍ତ କରିଛନ୍ତି। ସମୁଦାୟ ୫୬ ଗୋଟି ଅଭିଯୋଗ ମଧ୍ୟରୁ ୪୭ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୯ ଟି ଗୋଷ୍ଠୀଗତ ଅଭିଯୋଗର ଶୁଣାଣି ପ୍ରଶାସନ କରିଛନ୍ତି। ଏହି ଅଭିଯୋଗ ଉପରେ ଅତିଶିଘ୍ର ସମାଧାନ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ।

ଆଜିର ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲାପାଳ ସୁବାଷ ଚନ୍ଦ୍ର ରଇତ, ବନଖଣ୍ଡ ଅଧିକାରୀ ଅଜିଜ ଖାନ, ବିଡ଼ିଓ ଵୀରସେନ ବେହେରା, ତହସିଲଦାର ନର୍ସିଂଙ୍ଗ ଗଡବା, ବ୍ଳକ ଅଧ୍ୟକ୍ଷା ପୁଷ୍ପାଞ୍ଜଳି ନନ୍ଦଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ ଉପସ୍ଥିତ ଥିଲେ। ଭବିଷ୍ୟତରେ ଏହି ଅଭିଯୋଗ ଶୁଣାଣି ପ୍ରକ୍ରିୟାକୁ ଆହୁରି ବ୍ୟାପକ କରିବା ସହିତ ସମସ୍ୟାର ତୁରନ୍ତ ସମାଧାନ କରିବା ଉପରେ ଜିଲ୍ଲାପାଳ ଗୁରୁତ୍ୱାରୋପ କରିଛନ୍ତି l

What's Your Reaction?

like

dislike

love

funny

angry

sad

wow