*ତେରେସିଂହାରେ ନାମଯଜ୍ଞ ପାଇଁ କଳସ ଶୋଭାଯାତ୍ରା

କର୍ଲାମୁଣ୍ଡା: ଲୋକ ଆବାଜ. ଇନ; ବ୍ୟୁରୋ ରିପୋର୍ଟ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହା ଗ୍ରାମର ରାଧାବଲ୍ଳଭ ପଡ଼ାରେ ଷୋହଳ ପ୍ରହର ନାମଯଜ୍ଞ ପାଇଁ ସୋମବାର କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି l ଅଧ୍ୟାତ୍ମିକ ପରିବେଶ ମଧ୍ୟରେ ଘଣ୍ଟ, ଶଙ୍ଖ, ହୁଳହୁଳି, ସଂକୀର୍ତ୍ତନ ସହ କଳସ ଯାତ୍ରାରେ ଗ୍ରାମର ଶତାଧିକ ମହିଳା ଓ ପୁରୁଷ ସାମିଲ ହୋଇ ହୋଇଥିଲେ l ଗ୍ରାମର ବଡ଼ ପୋଖରୀରୁ ଜଳ ଉଠାଇ ଏକ ବିରାଟ ଶୋଭା ଯାତ୍ରାରେ ନଗର ପରିକ୍ରମା କରି ଯଜ୍ଞ ମଣ୍ଡପରେ କଳସ ସ୍ଥାପନ କରିଥିଲେ l ଏଥିରେ ଅନୁଷ୍ଠାନର ସଭାପତି ଡମ୍ବରୁଧର ରଣା ଓ ତାଙ୍କ ପତ୍ନୀ ଗୌରୀ ରଣା ଯଜ୍ଞକର୍ତ୍ତା ଦାୟିତ୍ୱରେ ରହିଥିବା ବେଳେ ପୂଜକ ଡୋଳାମଣି ପଣ୍ଡିଆ ପୂଜାକାର୍ଯ୍ୟ ସଂପାଦନ କରିଥିଲେ l ଅନୁଷ୍ଠାନ ର ସମ୍ପାଦକ କୃଷ୍ଣଚନ୍ଦ୍ର ରଣା ଓ ପରିଚାଳନା କମିଟିର ନେତୃତ୍ୱରେ ଆଜି ଷୋହଳ ପ୍ରହର ନାମଯଜ୍ଞ ଆରମ୍ଭ ହେବା ସହ ଗୁରୁବାର ନାମଯଜ୍ଞ ପୂର୍ଣ୍ଣାହୁତି ହେବାର କାର୍ଯ୍ୟକ୍ରମ ରହିଛି l
What's Your Reaction?






