ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ୍ ଗୋର୍ଲା ପଞ୍ଚାୟତରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର ଓ ଝିଅ ପାଇଁ ଗଛଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ :

Apr 21, 2025 - 22:50
 0  26
ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ୍ ଗୋର୍ଲା ପଞ୍ଚାୟତରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର ଓ ଝିଅ ପାଇଁ ଗଛଟିଏ  କାର୍ଯ୍ୟକ୍ରମ ଅନୁଷ୍ଠିତ :

ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ୍ ଗୋର୍ଲା ପଞ୍ଚାୟତରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର ଓ ଝିଅ ପାଇଁ ଗଛଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ l 

ନୁଆପଡ଼ା: ଲୋକ୍ ଆଵାଜ୍. ଇନ୍ ( ରାମନାଥ ପଣ୍ଡା)

ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ୍ ଗୋର୍ଲା ପଞ୍ଚାୟତରେ ଆଜି ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ସଭାପତିତ୍ବରେ ପ୍ରବାସୀ ଶ୍ରମିକ ନିରାକରଣ ପାଇଁ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା l ଏଥିରେ ଜିଲ୍ଲା ଅତିରିକ୍ତ ଉନ୍ନୟନ ଅଧିକାରୀ ଯୋଗେଶ୍ଵର ଭୋଇ, ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ବିଡ଼ିଓ କାର୍ମୀ ଓରାମ, ତହସିଲଦାର ଉପାଞ୍ଜଳୀ ମାଝୀ , ସ୍ଥାନୀୟ ସରପଞ୍ଚ ଦମୟନ୍ତୀ ଦଣ୍ଡସେନା ପ୍ରମୁଖ ଅତିଥି ହିସାବରେ ଯୋଗଦେଇଥିଲେ l ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ଗୁରୁପ୍ରସାଦ ଜେନା, ଜିଲ୍ଲା ଯୋଗାଣ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ରାଉତରାୟ ,ଶ୍ରମ ଉପ ଅଧିକାରୀ, ହସ୍ତଶିଳ୍ପ ଉପ ନିର୍ଦ୍ଦେଶକ ପୁଷ୍ପ ରଞ୍ଜନ ସାହୁ , ଲିଡ୍ ବ୍ୟାଙ୍କ୍ ମେନେଜର ସୀତାରାମ ମେହେର , ଜିଲ୍ଲା ଶିଳ୍ପକେନ୍ଦ୍ର ପରିଚାଳକ ସମୀର କୁମାର ମୁଦୁଲି, ମିଶନ ଶକ୍ତି ପରିଚାଳକ ସୁନୀଲ କୁମାର ମଲ୍ଲିକ ପ୍ରମୁଖ ଯୋଗଦେଇ ଶ୍ରମିକ କୃଷକ ତଥା ମହିଳା ଏଵଂ ଜନସାଧାରଣଙ୍କ ପାଇଁ ଥିବା ବିଭିନ୍ନ ବିଭାଗୀୟ ଲୋକାଭିମୁଖୀ ଯୋଜନା ସମ୍ବନ୍ଧରେ ଅବଗତ କରାଇଥିଲେ। ସମସ୍ତଙ୍କୁ ସମ୍ବୋଧନ କରି ଜିଲ୍ଲାପାଳ ଗୋର୍ଲା ପଞ୍ଚାୟତକୁ ପ୍ରବାସୀ ଶ୍ରମିକ ମୁକ୍ତ କରିବା ପାଇଁ ଆହ୍ଵାନ ଦେଇଥିଲେ। ଠକ ବେଆଇନ୍ ଶ୍ରମିକ ଦଲାଲ ମାନଙ୍କ ବିରୁଦ୍ଧରେ ଦୃଢ଼ କର୍ଯ୍ୟାନୁଷ୍ଠାନ ହେବ ବୋଲି ଚେତାଇ ଦେଇଥିଲେ। ବିଭିନ୍ନ ବିଭାଗ ଏଵଂ ଯୋଜନା ମାଧ୍ଯମରେ ସରକାର ଯୋଗାଇ ଦେଉଥିବା ସହାୟତା ତଥା ମନରେଗା ଯୋଜନାରେ କାମ କରି ଆନନ୍ଦ ମନରେ ନିଜ ନିଜ ଗାଁରେ ରହିବା ପାଇଁ ସମସ୍ତଙ୍କୁ ଆହ୍ବାନ ଦେଇଥିଲେ।ଏହି ପଞ୍ଚାୟତର ଯେଉଁ ପରିବାର ମାନେ ମହାତ୍ମା ଗାନ୍ଧି ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ 300 ଦିନରୁ ଅଧିକ ଶ୍ରମ ଦାନ କରି ଲକ୍ଷପତି ହୋଇଛନ୍ତି ସେମାନଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ଉପଢୌକନ, ପୁଷ୍ପ ଗୁଚ୍ଛ ଓ କୋଡ଼ି କୋଦାଳ , ଗାମଲା ଦେଇ କରତାଳି ମଧ୍ୟରେ ସମ୍ବର୍ଦ୍ଧିତ କରଯାଇଥିଲା । ଶେଷରେ ସ୍ଥାନିୟ ସରପଂଚ ଦମୟନ୍ତୀ ଦଣ୍ଡସେନା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l ଆଜିର ସଭାରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ବ୍ଲକ୍ ସ୍ତରୀୟ ଅଧିକାରୀ ଏବଂ ଶହ ଶହ ସଂଖ୍ୟାରେ ମହିଳା ତଥା ଜନ ସାଧାରଣ ଯୋଗ ଦେଇଥିଲେ ।

ପୂର୍ବରୁ ଝିଅ ପାଇଁ ଗଛଟିଏ କାର୍ଯ୍ୟକ୍ରମ ସମାରୋହରେ ଜିଲ୍ଲାପାଳ ଦୁଇଟି ନବଜାତକ ଶିଶୁ କନ୍ୟା ଓ ସେମାନଙ୍କ ପିତାମାତାଙ୍କୁ ଉପହାର ପ୍ରଦାନ କରି ସେମାନଙ୍କ ଦ୍ୱାରା ନୂତନ ବୃକ୍ଷ ରୋପଣ କରାଇଥିଲେ l ନବଜାତକ ଶିଶୁ କନ୍ୟା ମାନଙ୍କୁ ଜିଲ୍ଲାପାଳ ଓ ଉପ ଜିଲ୍ଲାପାଳ କୋଳରେ ଧରି ସେମାନଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରିଥିଲେ । ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମରେ ଗାଁର ବିଭିନ୍ନ ଗର୍ଭବତୀ ମହିଳାଙ୍କୁ ଏହି ସମାରୋହରେ ଫଳମୂଳ, ପନିପରିବା, ପୃଷ୍ଟିକର ଖାଦ୍ୟ ଏବଂ ବିଭିନ୍ନ ଉପହାର ଭେଟି ଦେଇଥିଲେ l ଆଜିର ଏହି ନିଆରା କାର୍ଯ୍ୟକ୍ରମ ପାଇଁ ଗୋର୍ଲା ଗାଁ ଆନନ୍ଦ ମୁଖର ହୋଇ ଉଠିଥିଲା l ଏହାକୁ ସିନାପାଲି ବିଡ଼ିଓ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସଙ୍ଗୀତା ପାତ୍ର, ପ୍ରୋଗ୍ରମ୍ ଅଫିସର୍ ନମିତା ପାଢ଼ୀ, ସିନାପାଲି ସିଡିପିଓ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆୟୋଜନ କରିଥିଲେ।

What's Your Reaction?

like

dislike

love

funny

angry

sad

wow