ନୂଆପଡାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ l

Oct 8, 2024 - 22:15
 0  21
ନୂଆପଡାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ l

ନୂଆପଡା : ଲୋକ ଆବାଜ.ଇନ (ରାମନାଥ ପଣ୍ଡାଙ୍କ ରିପୋର୍ଟ)

ନୂଆପଡା ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାସ ଓ ଜିଲ୍ଳା ଆରକ୍ଷୀ ଅଧିକ୍ଷକ ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ର ଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।

ଏହି ଶିବିର ରେ ଜିଲ୍ଲାପାଳ,ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଏବଂ ପ୍ରଶାସନର ବରିଷ୍ଠ ଅଧିକାରୀମାନେ ଯୋଗଦେଇ ଅଭିଯୋଗ ଗୁଡ଼ିକର ସମାଧାନ କରିଥିଲେ। ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଅଭିଯୋଗକାରୀଙ୍କ ପାଇଁ ସମସ୍ତ ପ୍ରକାର ସୁବ୍ୟବସ୍ଥା କରାଯାଇଥିଲା।ଆଜିର ମୋଟ ୧୩୪ଟି ଅଭିଯୋଗର ଶୁଣାଣି ପ୍ରଶାସନ ମାଧ୍ୟମରେ ହୋଇଛି। ଏହିସବୁ ଅଭିଯୋଗ ଉପରେ ଅତିଶିଘ୍ର ସମାଧାନ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ମଧ୍ୟ ଦେଇଥିଲେ। ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ସହିତ ଡି ଏଫ ଓ ଅଜିଜ ଖାନ, ଡ଼ିଏଫଓ ମହାଦେବ ବଡାଇକ, ଜିଲ୍ଲା ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ସିଡିଏମଓ  ଡ଼ ଧରଣୀଧର ସେନାପତି, ନୂଆପଡା ବ୍ଲକ ଅଧ୍ୟକ୍ଷା ତାରେଶ୍ବରୀ ସାହୁ, ଉପାଧ୍ୟକ୍ଷ ଦିଲ୍ଲୀପ ନିର୍ମଲକର, ଜ଼ିଲ୍ଲାପରିଷଦ ସଦସ୍ୟ ଭାନୁ ପ୍ରତାପ ସିଂ ମାଝୀ, ବିଡ଼ିଓ ଶରତ ଭୋଇ , ତହସିଲଦାର ପୁଷ୍ପାଞ୍ଜଳି ଦଣ୍ଡପାଟ ଭାଗ ନେଇଥିଲେ l

  ଜିଲ୍ଳା ଶ୍ରମ ଅଧିକାରୀ ରବୀନ୍ଦ୍ର ବାର୍ଲା, ଜିଲ୍ଳା ସମାଜ ମଙ୍ଗଳ ଅଧିକାରିଣୀ ସଂଗୀତା ପାତ୍ର, ଜିଲ୍ଳା ମଙ୍ଗଳ ଅଧିକାରୀ ଦିପ୍ତିମନ୍ତ ଭୋଇ, ଜିଲ୍ଳା ଯୋଗାଣ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ରାଉତରାୟ, ଜିଲ୍ଳା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା, ଏଲଡିମ, ସିଡିଭିଓ, ଡିପିଓ, ଏଡିଏଚ,ଡିଏସଏସଓ,ଡିଇଓ, ଆରଟିଓଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଇଞ୍ଜିନିୟର, ଲାଇନ ବିଭାଗ ଓ ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ ଉପସ୍ଥିତ ଥିଲେ। ସଭାରେ ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠିରୁ ଜଣଙ୍କୁ ଚିକିତ୍ସା ସହାୟତା ପାଇଁ ପାଞ୍ଚ ହଜାର ଟଙ୍କାର ଚେକ ଜିଲ୍ଲାପାଳ ପ୍ରଦାନ କରିଥିଲେ l ଏହି ଅବସରରେ ଜିଲ୍ଲାପାଳ ପ୍ରକାଶ କରିଥିଲେ ଯେ ଭବିଷ୍ୟତରେଏହି ଅଭିଯୋଗ ଶୁଣାଣି ପ୍ରକ୍ରିୟାକୁ ଆହୁରି ଲୋକାଭିମୁଖୀ କରି ସମସ୍ୟା ସବୁର ଆଶୁ ସମାଧାନ କରାଯିବ l

What's Your Reaction?

like

dislike

love

funny

angry

sad

wow