ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟ ରେ ଆୟୁଷମାନ ଜନ ଆରୋଗ୍ୟ କାର୍ଡ ବିତରଣ l

Apr 20, 2025 - 10:07
 0  40
ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟ ରେ ଆୟୁଷମାନ ଜନ ଆରୋଗ୍ୟ କାର୍ଡ ବିତରଣ l

ବାଲିଗୁଡା: (ପ୍ରମୋଦ କୁମାର ଦଣ୍ଡସେନା ଙ୍କ ରିପୋର୍ଟ ଲୋକବାଜ.ଇନ)  

ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟ ଠାରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ନୂଆ ଏକକ କାର୍ଡ ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଅଛି l ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ ଯୋଗ ଦେଇ ଏହାର ଶୁଭାରମ୍ଭ କରିଥିଲେ l

ଏହି କାର୍ଯ୍ୟକ୍ରମ ରେ ବାଲିଗୁଡା ଉପଖଣ୍ଡ ଚିକିତ୍ସା ଅଧିକାରୀ ଶ୍ରବଣ ସାହୁକାର,ବାରଖମା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ର ମେଡିକାଲ ଅଫିସର ସୁଶାନ୍ତ ମଣ୍ଡଳ ଙ୍କ ସମେତ ସମସ୍ତ ସ୍ୱାସ୍ଥ୍ୟକର୍ମୀ ଉପସ୍ଥିତ ରହିଥିଲେ l ଏହି ଅବସରରେ କିଛି ହିତାଧିକାରୀ ଙ୍କୁ ହେଲଥ କାର୍ଡ ବଣ୍ଟନ କରାଯାଇଥିଲା l

What's Your Reaction?

like

dislike

love

funny

angry

sad

wow