ବୁଥ ସ୍ତରୀୟ ଏଜେଣ୍ଟ ନିଯୁକ୍ତି ନେଇ ରାଜନୈତିକ ଦଳ ମାନଙ୍କ ସହିତ ବୈଠକ :

Mar 21, 2025 - 20:29
 0  5
ବୁଥ ସ୍ତରୀୟ ଏଜେଣ୍ଟ ନିଯୁକ୍ତି ନେଇ ରାଜନୈତିକ ଦଳ ମାନଙ୍କ ସହିତ ବୈଠକ :

ବୁଥ ସ୍ତରୀୟ ଏଜେଣ୍ଟ ନିଯୁକ୍ତି ନେଇ ରାଜନୈତିକ ଦଳମାନଙ୍କ ସହିତ ବୈଠକ:

ସୁବର୍ଣ୍ଣପୁର: ଲୋକ୍ ଆଵାଜ୍.ଇନ୍(ମନୋରଞ୍ଜନ ତ୍ରିପାଠୀ)

ନିର୍ବାଚନ ଆୟୋଗଙ୍କ ମାର୍ଗଦର୍ଣିକ ଅନୁଯାୟୀ ପ୍ରତ୍ୟେକ ରାଜନୈତିକ ଦଳ ଦ୍ୱାରା ପ୍ରତି ବୁଥ୍ ରେ ବୁଥ୍ ସ୍ତରୀୟ ଏଜେଣ୍ଟ ନିଯୁକ୍ତି ପ୍ରକିୟା ଆରମ୍ଭ କରାଯାଇଛି । ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଆନୁକୁଲ୍ୟରେ ଏଥିପାଇଁ ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଅନ୍ୟା ଦାସ ଙ୍କ ଅଧ୍ୟକ୍ଷତାରେ ରାଜନୈତିକ ଦଳମାନଙ୍କ ସହିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ମିନି ସଭାଗୃହରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ନିର୍ବାଚନରେ ସ୍ୱଚ୍ଛତା ପାଇଁ ନିର୍ଭୁଲ ଭୋଟର ତାଲିକାର ଭୂମିକା ବିଷୟରେ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଆଲୋକପାତ କରିଥିଲେ । ଜିଲ୍ଲାର ପ୍ରତି ବୁଥରେ ରାଜନୈତିକ ଦଳଙ୍କ ଦ୍ଵାରା ବିଏଲଏ ନିଯୁକ୍ତି କରିବା ପ୍ରକ୍ରିୟା ନେଇ ଫର୍ମ ୧ ଓ ଫର୍ମ ୨ ବିଷୟରେ ଜିଲ୍ଲାପାଳ ଶ୍ରୀମତୀ ଦାସ ବୁଝାଇଥିଲେ। ଭୋଟର ତାଲିକାରେ ଯୋଗ, ବିୟୋଗ , ସଂଶୋଧନ, ସ୍ଥାନାନ୍ତର ଆଦି ପାଇଁ ବିଏଲଏ ମାନେ ବିଏଲଓ ମାନଙ୍କ ସହ ମିଶି କାର୍ଯ୍ୟ କରିବା ଉପରେ ରାଜନୈତିକ ଦଳର କର୍ମକର୍ତ୍ତାଙ୍କୁ ବୁଝାଇ ଦିଆଯାଇଥିଲା। କାର୍ଯ୍ୟକ୍ରମର ସଂଯୋଜକ ଡେପୁଟୀ କଲେକ୍ଟର ତଥା ନିର୍ବାଚନ ଶାଖା ଅଧିକାରୀ ଯଶସ୍ବିନୀ ପୋଥାଳ ବୈଠକର ଆଭିମୁଖ୍ୟ ଓ ଗୁରୁତ୍ୱ ଉପରେ ଆଲୋକପାତ କରି ବୈଠକରେ ଉପସ୍ଥିତ ସମସ୍ତ ଦଳୀୟ କର୍ମକର୍ତ୍ତା ମାନଙ୍କୁ ନିର୍ଦ୍ଧାରିତ ଫର୍ମ ଯୋଗାଇ ଦେଇଥିଲେ। ନିର୍ବାଚନ କମିଶନ ଓ ଭାରତର ଏକକ ପରିଚୟ ପତ୍ର ପ୍ରକରଣ ଅଧିକରୀଙ୍କ ମଧ୍ୟରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ସହ‌ମତି କ୍ରମେ ଭୋଟର ପରିଚୟ ପତ୍ର ସହ ଆଧାର ନମ୍ବର ଲିଙ୍କ୍ କରଯିବା କାର୍ଯ୍ୟକ୍ରମ ବିଷୟରେ ସୂଚନା ପ୍ରଦାନ କରାଯାଇଥିଲା। ବୈଠକରେ ଉପସ୍ଥିତ ସମସ୍ତ ରାଜନୈତିକ ଦଳର ପ୍ରତିନିଧି ଙ୍କୁ ଆଗାମୀ ୧୫ ଦିନ ମଧ୍ୟରେ ବି ଏଲ ଏ ନିଯୁକ୍ତ ପକ୍ରିୟାକୁ ସମ୍ପୂର୍ଣ୍ଣ କରିବାକୁ କୁହାଯାଇଛି। ବୈଠକରେ ଭାରତୀୟ ଜାତୀୟ କଂଗ୍ରେସ ତରଫରୁ ସୁଶାନ୍ତ କୁମାର ପଣ୍ଡା,ଭାରତୀୟ ଜନତା ପାର୍ଟି ର ସୁକାନ୍ତ କୁମାର ସାହୁ, ବିଜୁ ଜନତା ଦଳ ତରଫରୁ କଇଁରୁ ସ୍ୱାଇଁ, ଆପ ତରଫରୁ ସୁବାସ ବିଶି,ବିଏସପି ତରଫରୁ ସରୋଜ କୁମାର ତାଣ୍ଡି ଙ୍କ ସହ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ।

What's Your Reaction?

like

dislike

love

funny

angry

sad

wow