ମଦ କାରବାରରେ ଜଣେ ଗିରଫ

Sep 26, 2024 - 08:02
 0  22
ମଦ କାରବାରରେ ଜଣେ ଗିରଫ

କଣ୍ଟାମାଳ :ଲୋକ ଆବାଜ୍. ଇନ୍ (ପୂର୍ଣ୍ଣ ଚରଣ ସାହୁ ଙ୍କ ରିପୋର୍ଟ୍)

କଣ୍ଟାମାଳ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇ ବିପୁଳ ପରିମାଣର ଦେଶୀ ମଦ ଜବତ କରିବା ସହ ଜଣକୁ ଗିରଫ କରିଥିବା ଜଣା ପଡ଼ିଛି | ସୂଚନା ଅନୁସାରେ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଅବକାରୀ ଅଧିକାରୀ ସୂର୍ଯ୍ୟକାନ୍ତ ମଲିକଙ୍କ ନେତୃତ୍ୱରେ ଏକ ଟିମ୍ ଘଣ୍ଟାପଡ଼ା ଥାନା ଅନ୍ତର୍ଗତ ଦେଓଗାଁ ଗ୍ରାମ୍ୟ ରାସ୍ତା ନିକଟରେ ଚଢାଉ କରି ବିପୁଳ ଦେଶୀ ମଦ ଜବତ କରିଥିବା ବେଳେ ଘଟଣାରେ ଦେଓଗାଁ ଗ୍ରାମର ଅଗସ୍ତି ଭୋଇ (୫୪)କୁ ଗିରଫ କରାଯାଇଛି | ତା ନିକଟରୁ ୧୨ଲିଟର ଦେଶୀ ମଦ ଜବତ କରାଯାଇଛି | ଏ ସଂକ୍ରାନ୍ତରେ କଣ୍ଟାମାଳ ଅବକାରୀ କାର୍ଯ୍ୟାଳୟରେ ୬୧/୨୪-୨୫ରେ ଏକ ମାମଲା ରୁଜ୍ଜୁ କରାଯାଇ ଅଭିଯୁକ୍ତ ଅଗସ୍ତିକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ଅବକାରୀ ଅଧିକାରୀ ସୂର୍ଯ୍ୟକାନ୍ତ ମଲିକ ସୂଚନା ଦେଇଛନ୍ତି |

What's Your Reaction?

like

dislike

love

funny

angry

sad

wow