ରେଗଡା ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୪ ଅନୁଷ୍ଠିତ

Sep 26, 2024 - 22:17
 0  80
ରେଗଡା ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୪ ଅନୁଷ୍ଠିତ

କର୍ଲାମୁଣ୍ଡା:୨୬/୯ଲୋକ ଆବାଜ. ଇନ(ବ୍ୟୁରୋ)

କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ର ରେଗଡା କ୍ଲଷ୍ଟର ରେ ଗୁରୁବାର କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୪ ଅନୁଷ୍ଠିତହୋଇଯାଇଛି।ଏହି ଅବସରରେ ଆୟୋଜିତ ଉଦଘାଟନୀ ସଭାରେ ଜଗଦୀଶ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କ୍ଷୀର ସାଗର ସାହୁ ଙ୍କ ସଭାପତି ତ୍ୱ ରେ ମୁଖ୍ୟ ଅତିଥି ଭାବେ ରେଗଡା ଆଦର୍ଶ ବିଦ୍ୟାଳୟ ର ଅଧ୍ୟକ୍ଷ ଶଶାଙ୍କ ଶେଖର ତ୍ରିପାଠୀ, ସମ୍ମାନିତ ଅତିଥି ଭାବେ ରେଗଡା ହାଇସ୍କୁଲ ର ପ୍ରଧାନ ଶିକ୍ଷକ ଶୈଳେନ୍ଦ୍ର କୁମାର ନାଏକ,ସିଆରସିସି ପ୍ରଭାବ ରଞ୍ଜନ ବନଛୋର, କଣ୍ଡରେଇ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅରୁଣ କୁମାର ପ୍ରଧାନ,ଖାଲିଆପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହେମକାନ୍ତ ନାଏକ ପ୍ରମୁଖ ଯୋଗ ଦେଇ କାର୍ଯ୍ୟକ୍ରମ କୁ ଉଦଘାଟନ କରିଥିବା ବେଳେ ଯୋଗିପଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୁଶ ଚନ୍ଦ୍ର ସାହୁ ମଞ୍ଚ ପରିଚାଳନା କରିଥିଲେ।

ଏଥିରେ ରେଗଡା କ୍ଲଷ୍ଟର ର ୧୨ ବିଦ୍ୟାଳୟ ରୁ ଆସିଥିବା ଛାତ୍ର ଛାତ୍ରୀ ଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ମାନ ଆୟୋଜନ କରାଯାଇଥିଲା।ଉଦଜାପନି ସଭା ରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ଦୀପ୍ତି ରାଣୀ ସାହୁ ଯୋଗ ଦେଇ କୃତି ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ

What's Your Reaction?

like

dislike

love

funny

angry

sad

wow