ସମନ୍ୱିତ ଗ୍ରାମ୍ୟ ବିକାଶ ପ୍ରକଳ୍ପ ତରଫରୁ *ନୁନପୂର୍ ଓ ସାଲେପାଲି ଠାରେ ଆର୍ଥିକ ସାକ୍ଷରତା ଓ ସଚେତନତା ତାଲିମ ଶିବିର*

Aug 14, 2025 - 21:56
 0  4
ସମନ୍ୱିତ ଗ୍ରାମ୍ୟ ବିକାଶ ପ୍ରକଳ୍ପ ତରଫରୁ *ନୁନପୂର୍ ଓ ସାଲେପାଲି ଠାରେ ଆର୍ଥିକ ସାକ୍ଷରତା ଓ ସଚେତନତା ତାଲିମ ଶିବିର*

କଳାହାଣ୍ଡି:ଲୋକ ଆବାଜ. ଇନ(ବ୍ୟୁରୋ ରିପୋର୍ଟ)

ଏଲ ଟି ଆଇ ମାଇଣ୍ଡଟ୍ରି ଫାଉଣ୍ଡେସନ ସହାୟତା ଓ ମହାଶକ୍ତି ଫାଉଣ୍ଡେସନ ତରଫ ରୁ ମ.ରାମପୁର ବ୍ଲକ ର ନୁନପୁର ଓ ସାଲେପାଳି ଗ୍ରାମ ପଞ୍ଚାୟତ ସଭା ଗୃହ ରେ ଆର୍ଥିକ ସାକ୍ଷରତା ଓ ସଚେତନତା ତାଲିମ ଅନୁଷ୍ଠିତ ହୋଇ ଯାଇଛି। ମୁଖ୍ୟ ଅତିଥି ଭାବେ ନୁନପୂର ସରପଞ୍ଚ ଶ୍ରୀମତୀ ସବିତା ରଣା ଓ ମିଶନ ଶକ୍ତି ଏମବିକେ ସାଳେପାଲି ଶ୍ରୀମତୀ ରମିତା ସାହୁ, ଅତିରିକ୍ତ ବ୍ଲକ ପ୍ରକଳ୍ପ ସଂଯୋଜକ ସମୀର ପୁଝାରୀ , ମହାଶକ୍ତି ଫାଉଣ୍ଡେସନ ର ପ୍ରତିଷ୍ଠାତା ସଦସ୍ୟ ତଥା ତାଲିମ ଦାତା ଶ୍ରୀଯୁକ୍ତ ପ୍ରକାଶ ଚନ୍ଦ୍ର ସାହୁ ଓ ସମନ୍ୱିତ ଗ୍ରାମ୍ୟ ବିକାଶ ପ୍ରକଳ୍ପ ର ବ୍ଲକ ସଂଜୋଜିକା ଭାଗ୍ୟଶ୍ରୀ ରାଉତ ପ୍ରମୁଖ ଯୋଗ ଦେଇଥିଲେ।ଏହି ତାଲିମ ରେ ସ୍ଵୟଂ ସହାୟକ ଗୋଷ୍ଠୀ ର ସଦସ୍ୟା ମାନେ ବିଭିନ୍ନ ବ୍ୟାଙ୍କ୍ ଓ ଆର୍ଥିକ ଅନୁଷ୍ଠାନ ରୁ ପାଇଥିବା ଋଣ ର ଉଚିତ୍ ବିନିଯୋଗ, ବ୍ୟବସାୟ ପାଇଁ ଆବଶ୍ୟକତା ଅନୁଯାୟୀ ଋଣ ଦରଖାସ୍ତ, ରୋଜଗାର ଭିତ୍ତିକ ବ୍ୟବସାୟ ର ଆୟ ରୁ ଋଣ କିସ୍ତି ଫେରସ୍ତ ତଥା ଅତ୍ୟଧିକ ଋଣ ଭାରଗ୍ରସ୍ତ ନହେବା ଇତ୍ୟାଦି ବିଷୟରେ ବିଶଦ ଭାବେ ଆଲୋଚନା କରାଯାଇଥିଲା।ତାଲିମ କାର୍ଯ୍ୟକ୍ରମ ରେ ପରିବାର ର ବାର୍ଷିକ ଆୟ ଓ ବ୍ୟୟ ଅଟକଳ ଯୋଜନା କରି ଆୟ ଅନୁଯାୟୀ ବ୍ୟୟ କଲେ ହିଁ ପରିବାର ର ଆର୍ଥିକ ସ୍ଥିତି ସୁଦୃଢ ହୋଇ ପାରିବ। ଭବିଷ୍ୟତ ରେ ହେବାକୁ ଥିବା ବିଭିନ୍ନ ଖର୍ଚ୍ଚ କୁ ଆକଳନ କରି ପରିବାର କୁ ଠିକ୍ ଭାବେ ପରିଚାଳନା କରିପାରିବେ ।ସ୍ଵୟଂ ସହାୟକ ଗୋଷ୍ଠୀ ମାଧ୍ୟମ ରେ ବ୍ୟାଙ୍କ୍ ମାନଙ୍କରୁ ଋଣ ନେଇ ଆୟ ବୃଦ୍ଧି ଯୋଜନା ରେ ଲଗେଇ ନିର୍ଦ୍ଧାରିତ କିସ୍ତି ମାଧ୍ୟମ ରେ ବିନା ଖିଲପି ରେ ଫେରସ୍ତ କରି ପରିବାର ର ଆର୍ଥିକ ସ୍ଥାୟୀତ୍ବ ଆଣିପାରିବେ।କାର୍ଯ୍ୟକ୍ରମରେ ମହାଶକ୍ତି ଫାଉଣ୍ଡେସନ ର ଶ୍ରୀଯୁକ୍ତ ପ୍ରକାଶ ଚନ୍ଦ୍ର ସାହୁ ଯୋଗ ଦେଇ ତାଲିମ୍ ପ୍ରଦାନ କରିଥିଲେ ।ମହାଶକ୍ତି ଫାଉଣ୍ଡେସନ ର ସମନ୍ୱିତ ଗ୍ରାମ୍ୟ ବିକାଶ ପ୍ରକଳ୍ପ ର କର୍ମକର୍ତ୍ତା କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ।ଏହି କର୍ମଶାଳା ରେ ନୁଣପୂର୍ ଓ ସାଲେପାଲି ଗ୍ରାମ ପଞ୍ଚାୟତ ର ବିଭିନ୍ନ ସ୍ବୟଂ ସହାୟକ ଗୋଷ୍ଠୀ , ଗୋଷ୍ଠୀ ସହାୟିକା, କୃଷି ଉତ୍ପାଦକ ଗୋଷ୍ଠୀ,ଚାଷୀ ଓ ମିଳିତ ଉତ୍ତର ଦାୟୀ ଗୋଷ୍ଠୀ ର ସଦସ୍ୟା ଅଂଶ ଗ୍ରହଣ କରିଥିଲେ।

What's Your Reaction?

like

dislike

love

funny

angry

sad

wow